ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦ ଜଣ କରୋନା ପଜିଟିଭ ଚିହ୍ନଟ

0
471

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

Also Read  ଦିଲ୍ଲୀରେ ଆଜି୧୪,୦୦୦ କେସ୍ ଆସିପାରେ