ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ କରୋନା ପଜିଟିଭ ଚିହ୍ନଟ

0
503

ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ରେକର୍ଡ ଭାଙ୍ଗୁଛି କୋଭିଡ୍ ସଂକ୍ରମଣ : ୫% ଟପିଲା ରାଜ୍ୟର ଟିପିଆର୍