ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

0
272
more 836-new-corona-positive case-in-odisha

ଭୁବନେଶ୍ବର: ଗତକାଲି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨ ଜଣ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ରାଜ୍ୟରେ ପୁଣି ବଢ଼ିଲା ଶୀତ : ୧୦ ସହରର ରାତ୍ରି ତାପମାତ୍ରା ୧୦ ଡିଗ୍ରି ତଳେ

LEAVE A REPLY

Please enter your comment!
Please enter your name here