ଭୁବନେଶ୍ବର: ଗତକାଲି ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୯୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Covid-19 Report For 10th June
New Positive Cases: 24
Of which 0-18 years: 3
In quarantine: 15
Local contacts: 9(Details of local contacts will be shared by concerned District)
1. Cuttack: 2
2. Jharsuguda: 5
3. Khurda: 12
4. Sundargarh: 3
5. State Pool: 2— I & PR Department, Odisha (@IPR_Odisha) June 11, 2022