ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ କରୋନା ପଜିଟିଭ ଚିହ୍ନଟ

0
853
more 836-new-corona-positive case-in-odisha

ଭୁବନେଶ୍ବର: ଆଜି ରାଜ୍ୟରେ ଟିକେ କମିଛି କରୋନା ସଂକ୍ରମଣ। ଗତକାଲି ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Also Read  ପଞ୍ଚାୟତ ନିର୍ବାଚନ : ସବୁ ବର୍ଗର କର୍ମଚାରୀଙ୍କୁ ମିଳିବ ଛୁଟି ସହ ଦରମା