ରାଜ୍ୟରେ ପୁଣି ୫ ଶହ ଉପରେ ଆକ୍ରାନ୍ତ : ୭୦ ଶିଶୁ ଆକ୍ରାନ୍ତ

0
596
ଓଡିଶା ରେ ୫୯ ଟି H3N2 ମାମଲା
ଓଡିଶା ରେ ୫୯ ଟି H3N2 ମାମଲା

ଭୁବନେଶ୍ୱର, ୨୭ା୧୦: ରାଜ୍ୟରେ ପୁଣି ୫୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୦ଜଣ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୨, ବରଗଡ଼ରୁ ୨, ଭଦ୍ରକରୁ ୪, ବଲାଙ୍ଗିରରୁ ଜଣେ, କଟକରୁ ୫୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୬, ଜଗତସିଂହପୁରରୁ ୯, ଯାଜପୁରରୁ୧୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ୪, କେନ୍ଦ୍ରାପଡ଼ାରୁ ୭, କୋରାପୁଟରୁ ୩, ମୟୂରଭଞ୍ଜରୁ୧୩, ନୟାଗଡ଼ରୁ୧୦, ପୁରୀରୁ ୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ୧୬, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୬୭ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସେହିପରି କରୋନାରେ ଆଉ ୨ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦୁଝରରୁ ଜଣେ ଲେଖାଏଁ ଅଛନ୍ତି।ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୧୮ କୁ ବୃଦ୍ଧି ପାଇଛି। ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୮୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୭୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୬୭୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ୟୁକ୍ରେନ ବିରୋଧରେ ରୁଷର ସମରସଜ୍ଜା : ଆଲର୍ଟ ମୋଡରେ ନାଟୋ ବାହିନୀ