ରାଜ୍ୟରେ ୨୨୫ ପଜିଟିଭ୍ ଚିହ୍ନଟ : ୩୭ ଶିଶୁ ସଂକ୍ରମିତ

0
664

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୧ ଜଣ, ଦେବଗଡ଼ରୁ ୫ ଜଣ, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୮୭ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୬୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୪୪୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୬୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Kusei River Case: Prohibitory orders under sec 144 clamped in Belabhali, Keonjhar, Odisha