ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୫୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଥିବା ବେଳେ କଟକରୁ ୩୨ ଜଣ, ମୟୂରଭଞ୍ଜରୁ ୨୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୦ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ମାଲକାନଗିରିରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ଏବେ ୧୦ ଲକ୍ଷ ୪୧ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୪ ହଜାର ୨୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।