ରେଳଧାରଣା ଉଡ଼ାଇଲେ ମାଓବାଦୀ : ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ

0
713
ରେଳଧାରଣା ଉଡ଼ାଇଲେ ମାଓବାଦୀ
ରେଳଧାରଣା ଉଡ଼ାଇଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ପୁଣି ହିଂସାକାଣ୍ଡ। ଭାଁସି ଜଙ୍ଗଲରେ ରେଳ ଧାରଣାକୁ ଉଡ଼ାଇଲେ ମାଓବାଦୀ। ଲୁହାପଥର ବୋଝେଇ ମାଲବାହୀ ଟ୍ରେନର ୩ଟି ଇଞ୍ଜିନ ଏବଂ ୨ଟି ୱାଗନ କ୍ଷତିଗ୍ରସ୍ତ ହୋଇଥିବାର ଖବର ମିଳିଛି।

ଜଙ୍ଗଲ ମଧ୍ୟରେ ମାଲବାହୀ ଟ୍ରେନ ଆଗରେ ଲାଗିଛି ମାଓବାଦୀଙ୍କ ବ୍ୟାନର। ଏହାର ପ୍ରଭାବରେ ବଚେଲିରୁ ବିଶାଖାପାଟଣା ମାଲବାହୀ ଟ୍ରେନ ଯିବାବେଳେ ମାଓବାଦୀ ଘଟାଇଛନ୍ତି ଏଭଳି କାଣ୍ଡ।

ଏହି ରୁଟରେ ସମସ୍ତ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ମହାରାଷ୍ଟ୍ରରେ ୨୬ ଜଣ ମାଓବାଦୀଙ୍କୁ ଏନକାଉଣ୍ଟର ଘଟଣାକୁ ନେଇ ମାଓବାଦୀ ସଂଗଠନ ଏହି ସମୟରେ ଭାରତ ବନ୍ଦ ଡାକରା ଦେଇଛନ୍ତି। ଭୈରମଗଡ଼ ମାଓ ସଙ୍ଗଠନ ଏହି ଘଟଣା ପାଇଁ ନିଜକୁ ଦାୟୀ କରିଛନ୍ତି।

Also Read  India’s Diaspora Key to Globalization, Says EAM Jaishankar