ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି : ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

0
519
security-system-strengthen-in-puri srimandir

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ତେବେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ପୁରା ଚାରିଘଣ୍ଟା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Also Read  ଦ୍ୱିତୀୟ ବିବାହ କରିବେ ଆଇଏଏସ ଟିନା ଡାବି, ସୋଶିଆଲ ମିଡିଆରେ ସେୟାର କଲେ ଫଟୋ