ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି | ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ-୧୯୫୪ରେ ସଂଶୋଧନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏହାଦ୍ୱାରା ଜଗନ୍ନାଥ ମନ୍ଦିରର ସ୍ଥାବର ସମ୍ପତିକୁ ବିକ୍ରି, ଲିଜ ଓ ମଡଗେଜ ଆକାରରେ ହସ୍ତାନ୍ତର କରିବା ପାଇଁ ଏଣିକି ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡିବ ନାହିଁ । ପୂର୍ବରୁ ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡୁଥିଲା ।
ଏବେ ଶ୍ରୀମନ୍ଦିର ପ୍ରଶାସକ, ପରିଚାଳନା କମିଟି, ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରିପାରିବେ । ଶ୍ରୀଜଗନ୍ନାଥ ମନ୍ଦିର ତଥା ମନ୍ଦିର ପରିଚାଳନା କମିଟି ଅଧୀନରେ ଅନେକ ସ୍ଥାବର ଓ ଜମିବାଡିର ମାଲିକାନା ସତ୍ୱ ରହିଛି । ଏଥିରେ ପରିବର୍ତନ ସହ ସଂପୃକ୍ତ ମାମଲାଗୁଡିକର ତୁରନ୍ତ ଫଇସଲା ଓ କଟକଣାକୁ ପ୍ରତିହତ କରିବ ଲାଗି ବିଭିନ୍ନ ଅଧିକାରୀଙ୍କୁ କ୍ଷମତା ସଂପନ୍ନ କରିବାକୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

























