ସପ୍ତମ ବେତନ କମିଶନର ଶେଷ ୨୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0
1190
last-20-per-cent-arrears-of-the-seventh-pay-commission to be-paid

ଭୁବନେଶ୍ବର: ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି. ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ୮୦ ପ୍ରତିଶତ ବକେୟା ପାଇସାରିଥିବା କର୍ମଚାରୀଙ୍କୁ ଏହି ବକେୟା ପ୍ରଦାନ କରାଯିବ । ଯାହାଫଳରେ ୪ ଲକ୍ଷ ସରକାରୀ କର୍ମଚାରୀ ଏଥିରେ ଉପକୃତ ହେବେ । ଏଥିପାଇଁ ୮୫୦ କୋଟି ଟଙ୍କା ବ୍ୟୟ ହେବ ବୋଲି ଜଣାପଡ଼ିଛି ।କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।

Also Read  Fuel Price Remain Steady Today