ସୋନପୁର : ସୋନପୁର ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଚଞ୍ଚକତା କରି ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ବୀରମହରାଜପୁର ବ୍ଲକ ଷଣ୍ଢା ଗ୍ରାମର ଗଜେନ୍ଦ୍ର ତାଣ୍ଡିଆଙ୍କ ପତ୍ନୀ ସନ୍ତୋଷିନୀ ଗତକାଲି ପୂର୍ବାହ୍ନ ୯ଟାରେ ଗୋଟିଏ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ । ପରିବାର ଲୋକ ଖୋଜି ଖୋଜି ନୟାନ୍ତ ହୋଇଥିବାବେଳେ ଛୁଆଟିର ପତ୍ତା ପାଇପାରି ନାହାନ୍ତି । ଏପରି ଅଭାବନୀୟ ଘଟଣା ସୋନପୁର ଜିଲ୍ଲା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହୋଇଛି।
ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଶଯ୍ୟା ଅଭାବରୁ ମା ଓ ଶିଶୁ ଉଭୟେ ପ୍ରସୂତି ୱାର୍ଡର ବାରଣ୍ଡାରେ ଆଶ୍ରୟ ନେଇ ଚିକିତ୍ସିତ ହେଉଥିଲେ । ସନ୍ତୋଷିନୀଙ୍କ ସହିତ ତାଙ୍କ ଶାଶୁ ମଧ୍ୟ ରହିଥିଲେ । ଆଜି ସନ୍ତୋଷିନୀ ଶୌଚ ହେବା ପାଇଁ ଯିବା ସମୟରେ ତାଙ୍କ ଶାଶୁ ଶିଶୁ କନ୍ୟାଟିକୁ ଧରିଥିଲେ । ଜଣେ ମହିଳା ତାଙ୍କ ପାଖକୁ ଆସି କନ୍ୟାସନ୍ତାନଟିକୁ ଧରିବା ପାଇଁ କହି ସନ୍ତୋଷିନୀଙ୍କ ଶାଶୁଙ୍କ କୋଳରୁ ଛୁଆଟିକୁ ନେଇ ଯାଇଥିଲେ । ତେବେ ଅଳ୍ପ ସମୟ ଭିତରେ କନ୍ୟା ସନ୍ତାନଟିକୁ ଧରି ମହିଳା ଜଣକ କୁଆଡେ ଫେରାର ମାରିଥିଲେ । ପରିବାର ଲୋକ ଖୋଜି ଖୋଜି ଉକ୍ତ ମହିଳାଙ୍କ ପତ୍ତାପାଇ ନ ଥିଲେ। ଏନେଇ ପରିବାର ଲୋକ ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ପାଖରେ ଅଭିଯୋଗ କରିଛନ୍ତି ।
ଶିଶୁ ଚୋରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରଥମ ଘଟଣା ହୋଇଥିବା ବେଳେ ଶିଶୁ କନ୍ୟାର ଖୋଜ ଖବର ପାଇଁ ଚିକିତ୍ସାଳୟ କର୍ତ୍ତୃପକ୍ଷ ସଦର ଟାଉନ ଥାନାରେ ରିପୋର୍ଟ କରିଥିବା ଜଣା ପଡିଛି ।

























