୨ମାସରେ ସ୍କୁଲ ଖୋଲିବା ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

0
797

କଟକ : କରୋନା ସଂକ୍ରମଣ ସ୍ଥିତି ଯୋଗୁଁ ସ୍କୁଲ ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ଆଜି ଏହାର ଶୁଣାଣି କରିଛନ୍ତି ହାଇକୋର୍ଟ। କରୋନା କଟକଣା ସହ କିଭଳି ସ୍କୁଲ ଖୋଲାଯିବ ସେ ନେଇ ଜଣାଇବା ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ୨ମାସ ସମୟ ଦେଇଛନ୍ତି। ୨ମାସ ମଧ୍ୟରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବା ସହ ହାଇକୋର୍ଟଙ୍କୁ ଜଣାଇବେ ରାଜ୍ୟ ସରକାର।

ଉଲ୍ଲେଖଯୋଗ୍ୟ, ରଞ୍ଜିତା ମହାପାତ୍ରଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଥିଲା ଯେ, କରୋନା କଟକଣା ନାଁରେ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ କଥା କେହି ଚିନ୍ତା କରୁ ନାହାନ୍ତି। ଦୁଇ ବର୍ଷ ହେବ କରୋନା ସଂକ୍ରମଣସ୍ଥିତି ଯୋଗୁଁ ଶିକ୍ଷାନୁଷ୍ଠାନ ବିଭିନ୍ନ ସମୟରେ ବନ୍ଦ ରଖାଯାଉଛି। ସ୍କୁଲ ବନ୍ଦ ରହୁଥିବାରୁ ଛାତ୍ରଛାତ୍ରୀମାନେ ପାଠ ପଢାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି। ପିଲାମାନଙ୍କ ଭବିଷ୍ୟତ ଅନ୍ଧକାର ଭିତରକୁ ‌ଚାଲି ଯାଉଛି। ଏଭଳି ସ୍ଥିତିରେ ତୁରନ୍ତ କରୋନା କଟକଣା ଭିତରେ ସ୍କୁଲ ଖୋଲାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।

Also Read  ପ୍ରଥମାଷ୍ଟମୀରେ ପଢୁଆଁ ହେବେ ବଡ଼ ଠାକୁର : ଘରେ ଘରେ ହଳଦୀ ପତ୍ର ପିଠାର ମହକ