ହସ୍‌ପିଟାଲରୁ ବାହାରିଲା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

0
1366

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଅପରାହ୍ନରେ ହସ୍‌ପିଟାଲରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ରିପୋର୍ଟ ଲେଖାଯିବା ବେଳକୁ ବିଧାୟକ ପ୍ରଶାନ୍ତଙ୍କୁ ଭୁବନେଶ୍ବରରେ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହାଜର କରାଯାଇଛି। ଗିରଫ ହେବା ପୂର୍ବରୁ ବିଧାୟକଙ୍କୁ ସ୍ବତନ୍ତ୍ର ପୁଲିସ ଟିମ୍‌ ତତ୍ତ୍ବାବଧାନରେ ହସ୍‌ପିଟାଲରୁ ସ୍ଥାନାନ୍ତରଣ କରାଯାଇଥିଲା। ପୁଲିସ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ନେଇପାରେ ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକ ଶ୍ରୀ ଜଗଦ୍ଦେବଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ବାଣପୁର ଓ ଏହାର ନିକଟ ଅଞ୍ଚଳରେ ମାର୍ଚ୍ଚ ୧୨ ତାରିଖ ଦିନ ତମାମ ଉତ୍ତେଜନା ଦେଖାଯାଇଥିଲା। ପରିସ୍ଥିତି ଅନିୟନ୍ତ୍ରିତ ହୋଇଥିବାରୁ ପୁଲିସ ୧୪୪ ଧାରା ଲାଗୁ କରିଥିଲା।

Also Read  ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୩୨୯ ଜଣ ଆକ୍ରାନ୍ତ; ୧୦ଜଣ ମୃତ