ଆଜିଠୁ ୧୪ ଯାଏ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି

0
410
ଆଜିଠୁ ୧୪ ଯାଏ ବର୍ଷା
ଆଜିଠୁ ୧୪ ଯାଏ ବର୍ଷା

ଭୁବନେଶ୍ୱର : ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା (୬୦ରୁ ୧୧୦ମିମି) ଓ କୁଆପଥର ବର୍ଷା ମଧ୍ୟ ହୋଇପା‌ରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ଚାଷ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଥିବା କେନ୍ଦ୍ର କହିଛି।

ଅପରପକ୍ଷେ ଏହି ଅଦିନିଆ ବର୍ଷା ପାଇଁ ୧୨ରୁ ୧୪ତାରିଖ ୩ ଦିନ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ପଡ଼ିବା ସହ ୬୦ରୁ ୧୧୦ ମିମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ବି ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏବେ ରାଜ୍ୟର ପାରଦ ଊର୍ଧ୍ବମୁଖା ହୋଇଥିବା ବେଳେ ଆସନ୍ତା ୨ ଦିନରେ ଆହୁରି ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି କେନ୍ଦ୍ର କହିଛି। ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରିକୁ ବୃଦ୍ଧି ପାଇବ। ଶୀତ କମିବ। ପାଗ ମେଘୁଆ ରହିବ ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କେନ୍ଦ୍ର କହିଛି।

Also Read  10,600 houses to be built in 28 Odisha towns under PMAY: CS Padhi