୧୭ରୁ ଏମ୍ସ ଓପିଡି ବନ୍ଦ

0
901
ଏମ୍ସ ଓପିଡି ବନ୍ଦ
ଏମ୍ସ ଓପିଡି ବନ୍ଦ

ଭୁବନେଶ୍ୱର : ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି । ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ।

ସୂଚନାଯୋଗ୍ୟ, ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ୧୦ ହଜାରରେ ଟ୍ରେଣ୍ଡ କରୁଛି। ଆକ୍ରାନ୍ତଙ୍କ ସଂଖ୍ୟା ଖୁବ୍‌ ଦ୍ରୁତ ଗତିରେ ବଢ଼ି ଚାଲିଥିବା ବେଳେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଭିନ୍ନ  ହସ୍ପିଟାଲର ଓପିଡିକୁ ବ୍ୟବହାର କରାଯାଉଛି। ହେଲେ ରୋଗୀ ସେବା ପୂର୍ବ ପରି ଚାଲୁ ରହିଛି।

Also Read  ଜଗା ଦର୍ଶନ ସାରି ଫେରୁଥିଲା ବେଳେ ଭାରସାମ୍ୟ ହରାଇ ଓଲଟିଲା ବସ୍, ୨୫ ଆହତ