୨୪ ଘଣ୍ଟାରେ ଦେଶରେ ୧୨,୨୪୯ ଜଣ ଆକ୍ରାନ୍ତ; ୧୩ଜଣ ମୃତ

0
296
corona 4th wave-will-come-in-the-next-15-days

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ହ୍ରାସ ପାଇ ୧୨ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୩୧୬୪୫ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୮୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୨୫୦,୫୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୧୬୮୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୪୫,୯୯,୯୦୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୮୮,୩୬,୯୭୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୧୦,୬୨୩ଟି ନମୁନା।

Also Read  କଳିଙ୍ଗାଘାଟି ରେ ଓଲଟି ପଡିଲା ଟୁରିଷ୍ଟ ବସ; ବସ ରେ ୬୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଥିଲେ