୨୪ ଘଣ୍ଟାରେ ଦେଶରେ ୧,୯୩୮ କୋଭିଡ୍‌-୧୯ ଆକ୍ରାନ୍ତ; ୬୭ ଜଣ ମୃତ

0
374

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୪,୬୮୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୭୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୫,୫୮୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୨୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୨୩,୩୦,୩୫୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୪୯,୫୨,୮୦୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୬୧,୯୫୪ଟି ନମୁନା।

Also Read  ମହାରାଷ୍ଟ୍ରରେ ମହାନାଟକ: ଦମ୍ଭ ଦେଖାଇଲେ ଶରଦ ପାୱାର; କହିଲେ ବିଧାନସଭାରେ ହେବ ବହୁମତ ନିଷ୍ପତ୍ତି