୨୪ ଘଣ୍ଟାରେ ଦେଶରେ ୨,୮୨୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୪ଜଣ ମୃତ

0
430
more 836-new-corona-positive case-in-odisha

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୨୮୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୫୩,୦୪୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୮୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦୩୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୧୧,୩୭୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୦୮୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୨୮,୪୪,୦୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୯୭,୯୯,୧୪୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୭୪,୩୦୯ଟି ନମୁନା।

Also Read  ୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ : ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା