୨୪ ଘଣ୍ଟାରେ ଦେଶରେ ୨,୮୫୮ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୧ ଜଣ ମୃତ

0
386

ନୂଆଦିଲ୍ଲୀ : ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ମଧ୍ୟ ୩ ହାଜର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୫୮କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୫୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୯,୧୧୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୩୫୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୬,୮୧୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୦୯୬। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୧୫,୯୦,୩୭୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Also Read  ୧୫ ନିୟୁତ ବ୍ୟାରେଲ୍‌ ତୈଳ ଖରିଦ ଉପରେ ଭାରତକୁ ବିପୁଳ ରିହାତି ଦେବ ରୁଷ୍‌