୨୪ ଘଣ୍ଟାରେ ଦେଶରେ ୩,୧୫୭ କୋଭିଡ୍‌-୧୯ ଆକ୍ରାନ୍ତ; ୨୬ଜଣ ମୃତ

0
484

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ୫ ଦିନ ହେବ ୩ ହଜାରରୁ ଅଧିକ ରହୁଛି। କିନ୍ତୁ, ଆଜିର ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମ୍‌ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୧୫୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୧୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୨,୩୪୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୬ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୬୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୨୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୮,୯୭୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୦। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୨୩,୯୮,୩୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୮୨,୦୮,୬୯୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୫,୫୮୮ଟି ନମୁନା।

Also Read  ଦୀପିକାଙ୍କ ସହ ନିଜର ୩୭ତମ ଜନ୍ମଦିନ ପାଳନ କଲେ ରଣବୀର ସିଂହ