୨୪ ଘଣ୍ଟାରେ ଦେଶରେ ୩,୩୦୩ କୋଭିଡ୍‌-୧୯ ଆକ୍ରାନ୍ତ; ୩୯ଜଣ ମୃତ

0
187
more 836-new-corona-positive case-in-odisha

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ଆଜି ୩ ହଜାର ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୦୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୮,୭୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୮,୧୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୯୮୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୪୦,୭୫,୪୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୬୪,୭୧,୭୪୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୭,୬୬୯ଟି ନମୁନା।

Also Read  ୧୮୩ କୋଟି ଟଙ୍କାରେ ବିକ୍ରି ହେଲା ଜୁହୁରେ ଥିବା ବି. ଆର୍‌. ଚୋପ୍ରାଙ୍କ ବିରାଟ ବଙ୍ଗଳା

LEAVE A REPLY

Please enter your comment!
Please enter your name here