୨୪ ଘଣ୍ଟାରେ ଦେଶରେ ୯୭୫ କୋଭିଡ୍‌-୧୯ ଆକ୍ରାନ୍ତ; ୪ଜଣ ମୃତ

0
425
Corona Positive case in india today

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ରୁ କମ୍‌ ରହିଥିବା ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୭୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୭୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୦,୯୪୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୪୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୭,୮୩୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୩୬୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୩୮,୩୧,୭୨୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୧୪,୭୮,୨୮୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୦,୯୧୮ଟି ନମୁନା।

Also Read  ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ଅଦଳ ବଦଳ ଅଭିଯୋଗ