୨ ତାରିଖ ଯାଏଁ ଅସହ୍ୟ ଗ୍ରୀଷ୍ମ ପ୍ରବାହ, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

0
426
high tempreture in western Odisha

ଭୁବନେଶ୍ୱର: ରାଜ୍ୟରେ ଡେଉଁଛି ପାରଦ । ବଢ଼ୁଛି ତାତି । ଖରା ଅସ୍ତବ୍ୟସ୍ତ କଲାଣି । ଗ୍ରୀଷ୍ମ ଲହରି ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିବ ତାତି । ହିଟୱେଭ୍ ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଶୁଷ୍କ ଉତ୍ତପ୍ତ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ଆଗକୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି । ଆଗାମୀ ତିନି ଚାରି ଦିନରେ ବିଭିନ୍ନ ଜିଲ୍ଲାର ତାପମାତ୍ରା ସ୍ୱାଭାବିକଠାରୁ ୩-୫ ଡିଗ୍ରୀ ଯାଏ ବଢ଼ିପାରେ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାକୁ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହିଟ୍ ଓ୍ୱେଭେ ଜାରି ରହିବ । ସେହିପରି ୩୧ ଓ ଏପ୍ରିଲ ୧ ତାରିଖ ପାଇଁ ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ଅନୁଗୋଳ, କଳାହାଣ୍ଡି ଓ ସମ୍ୱଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ୫ ଜିଲ୍ଲା ବଲାଙ୍ଗିର, ବୌଦ୍ଧ, ସୋନପୁର ଓ ବାରିପଦାରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଥିଲା । ଗ୍ରୀଷ୍ମ ପ୍ରବାହ ବେଳେ ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୩ଟା ଭିତରେ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି।

Also Read  ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ପ୍ରଥମ ପ୍ରସ୍ତାବକ ପ୍ରଧାନମନ୍ତ୍ରୀ ମୋଦି