୫୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ, ୫୯ ଜଣ ୧୮ ବର୍ଷରୁ କମ୍ ବୟସର

0
365

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦୦ ଟପିଛି। ଗତ ୧୨ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶନିବାର ଦିନ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Also Read  ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା