ରାଜ୍ୟରେ ଖସୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଲେ ମାତ୍ର ୧୦ ଜଣ ପଜିଟିଭ୍

0
978
more 836-new-corona-positive case-in-odisha

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୮୬୨୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Also Read  Year-Long Birth Anniversary Celebrations for Harekrushna Mahatab

LEAVE A REPLY

Please enter your comment!
Please enter your name here