ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍; ଗତ ୨୪ଘଣ୍ଟା ମଧ୍ୟରେ ୩୩୪ ଜଣ ନୂଆ ସଂକ୍ରମିତ ଚିହ୍ନଟ

0
52
more 836-new-corona-positive case-in-odisha

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୭, କଟକରୁ ୭୦, ଷ୍ଟେଟପୁଲରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୪, କଳାହାଣ୍ଡି, କୋରାପୁଟ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼, ପୁରୀରୁ ୨ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୨୯ ଜଣ ଆକ୍ରାନ୍ତ । ଏବେ ବି ରାଜ୍ୟରେ ୧୬୯୫ଟି ଆକ୍ଟିଭ କେସ୍ ଅଛି ।

Also Read  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ଗଜପତି ମହାରାଜ; କହିଲେ, ଶ୍ରୀମନ୍ଦିର ସଂପୂର୍ଣ୍ଣ ରୂପେ ସୁରକ୍ଷିତ ଅଛି

LEAVE A REPLY

Please enter your comment!
Please enter your name here