ଝଲସିବ ସାରଳା ମନ୍ଦିର: ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୪୨ କୋଟି

0
367
42-crore-sanction-for-the-development-work-of-maa-sarala-temple

ଭୁବନେଶ୍ୱର: ଶାରଳା ମନ୍ଦିରର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟରପ୍ଲାନ । ମନ୍ଦିରର ବିକାଶ ପାଇଁ କରାଯାଇଥିବା ମାଷ୍ଟରପ୍ଲାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ । ପ୍ରକଳ୍ପ କାମରେ ଖର୍ଚ୍ଚ ହେବ ୪୨ କୋଟି । ବର୍ଷକ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ।

ଝଙ୍କଡ ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ନିକଟରେ ମା ସାରଳାଙ୍କ ପୀଠ ପରିଦର୍ଶନ କରି, ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ମାଙ୍କ ପୀଠର ଉନ୍ନତିକରଣ ସଂପର୍କରେ ବିଶଦ ଆଲୋଚନା କରିଥିଲେ ଏବଂ ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପୂର୍ତ୍ତ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ।

ଆଜି ଭୁବନେଶ୍ବରରେ ଅନୁଷ୍ଠିତ ଏକ ବୈଠକରେ ଏହି ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପୂର୍ତ୍ତ ବିଭାଗ ସଂପର୍କରେ ଏକ ଉପସ୍ଥାପନା କରାଯାଇଥିଲା। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବର୍ଷକ ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ । ଏଥିରେ ମନ୍ଦିର ପରିସର ରେ ଥିବା ମନ୍ଦିର ମାନଙ୍କ ବିକାଶ ହେବ. ଏହା ସହିତ ପୁଷ୍କରଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ବାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରଯିବ । ଏତଦ୍‌ବ୍ୟତୀତ ମନ୍ଦିରର ରୋଷଘର, ଆନନ୍ଦ ବଜ଼ାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁନର୍ବିନ୍ୟାସ କରାଯିବ।

ଯାତ୍ରୀ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଭୋଗ, ଦୀପ ମଣ୍ଡପ, ଜୋତା ଷ୍ଟାଣ୍ଡ, ପୋଲିସ କଣ୍ଟ୍ରୋଲ ରୁମ୍‌, ମନ୍ଦିର କାର୍ଯ୍ୟାଳୟ ଆଦି ନିର୍ମାଣ କରାଯିବ। ଯାତ୍ରୀଙ୍କ ରହଣୀ ପାଇଁ ଥିବା ବ୍ୟବସ୍ଥାର ପୁନରୁଦ୍ଧାର କରାଯିବ। ଏତଦ୍‌ବ୍ୟତୀତ ବିଶ୍ରାମ କକ୍ଷ ଓ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପାଖରେ ବିଭିନ୍ନ ଦୋକାନ ଖୋଲିଥିବା ବ୍ୟବସାୟୀ ମାନଙ୍କୁ ଶୃଙ୍ଖଳିତ ଭାବରେ ଥଇଥାନ କରାଯିବ। ବର୍ତ୍ତମାନର ସପିଂ କମ୍ପ୍ଲେକ୍‌ସର ପୁନର୍ବିନ୍ୟାସ କରାଯାଇ ୭୨ ଜଣ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ସେଠାରେ ଗାଡି ମଟର ପାର୍କିଂ ସହିତ ଶୌଚାଳୟର ସୁବିଧା ମଧ୍ୟ ରହିବ ।

Also Read  Vegetable Market Catches Fire: More Than 15 Shops Gutted