ରାଜ୍ୟରେ ବଢୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ୬୯ ନୂଆ ପଜିଟିଭି ଚିହ୍ନଟ

0
367
more 403-new covid-positives-cases identified in odisha today

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ୫୦ ତଳକୁ ଖସୁନି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୫, ବଲାଙ୍ଗୀର ଜଣେ, କଟକ ୧୩, ଜଗତସିଂହପୁର ଜଣେ, ଯାଜପୁର ୨, କଳାହାଣ୍ଡି ଜଣେ, ପୁରୀ ୨, ସମ୍ବଲପୁର ୪, ସୁନ୍ଦରଗଡ ୮ ଏବଂ ଷ୍ଟେଟପୋଲରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ୪୫୬ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୪,୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Also Read  76% Voters turnout in the fourth phase elections in Odisha