ରାଜ୍ୟରେ ୪୬୭ କରୋନା ପଜିଟିଭ, ୮୬ ଶିଶୁ ସଂକ୍ରମିତ

0
428
59 H3N2 Influenza Cases Found In Odisha
59 H3N2 Influenza Cases Found In Odisha

ଭୁବନେଶ୍ବର, ୨୨ା୧୦: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୬ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୬ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୮ଜଣ, ସୋନପୁରରୁ ୧ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ଏବେ ୧୦ ଲକ୍ଷ ୩୭ ହଜାର ୫୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୪ ହଜାର ୪୨୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୪ ହଜାର ୭୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  15 proposals under the Nirbhaya Fund of more than Rs.2000 Crore appraised and recommended by the Empowered Committee