ନୂଆଦିଲ୍ଲୀ, ୨୩ା୧୦: ଦେଶରେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ରୁ କିଛି ଅଧିକ ଅଛି।
ଶନିବାର ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୩୨୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୬୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୫୯,୫୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୩,୭୦୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୬୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୩୨,୧୨୬।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୩,୭୨୮। ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୧.୩୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୨ ତାରିଖ ସୁଦ୍ଧା ସମୁଦାୟ ୫୯.୮୪ କୋଟି ପରୀକ୍ଷା କରାଯାଇଛି।