ରାଜ୍ୟରେ ୪୩୩ କରୋନା ପଜିଟିଭ୍ : ୬୪ ଶିଶୁ ସଂକ୍ରମିତ

0
20

ଭୁବନେଶ୍ବର:  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୬୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ ଆକ୍ରାନ୍ତ ବାହାରିଛନ୍ତି ।

ନୂତନ ଆକ୍ରନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩୬ ଜଣ, ସମ୍ୱଲପୁରରୁ ୧୭ ଜଣ, ମୟୂରଭଞ୍ଜରୁ ୧୫ ଜଣ, ଜଗତସିଂହପୁରରୁ ୧୪ ଜଣ, ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରୁ ୧ ଜଣ,  ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ,  ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏବେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ  ୪ ହଜାର ୬୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here