ଆସୁଛି ଆଉ ଏକ ଲଘୁଚାପ : ଓଡ଼ିଶା ଉପରେ କେତେ ପ୍ରଭାବ ପକାଇବ ?

0
330
ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୨୭ା୧୦: ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ଦେଢକିମି ଉଚ୍ଚତାରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବ ଓଡ଼ିଶାରେ ବିଶେଷ ପଡ଼ିବ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହୋଇପାରେ, କିନ୍ତୁ ତାମିଲନାଡୁ ଉପରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ୨୮ତାରିଖରୁ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ୨୮ରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା ଓ କୋରାପୁଟର କେତେକ ସ୍ଥାନରେ ବିଜୁଶି ଘଡଘଡି ସହ ବର୍ଷା ହୋଇପାରେ । ୨୯ରେ ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବ । ସେହିପରି ୩୦ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

Also Read  ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ; ଭାଷଣ ଦେବାବେଳେ ହୋଇଥିଲା ଗୁଳିମାଡ

LEAVE A REPLY

Please enter your comment!
Please enter your name here