ରାଜ୍ୟରେ ଦୀର୍ଘ ଦିନ ପରେ ୨୦୦ ତଳେ ସଂକ୍ରମଣ : ୧୦ ଜିଲ୍ଲାରୁ ସଂକ୍ରମିତ ଶୂନ୍ୟ

0
494
ଓଡିଶା ରେ ୫୯ ଟି H3N2 ମାମଲା
ଓଡିଶା ରେ ୫୯ ଟି H3N2 ମାମଲା

ଭୁବନେଶ୍ୱର: ଦୀର୍ଘ ଦିନ ପରେ ଖୋର୍ଦ୍ଧା ଜିଲ୍ଲାରେ ଶହେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟର ୨୦ ଜିଲ୍ଲାରେ ୧୭୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ମାତ୍ର ୬୧ଜଣ ଚିହ୍ନଟ ହୋଇଛନ୍ତି। ୧୦ଟି ଜିଲ୍ଲାରୁ କେହି କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଝରସୁଗୁଡ଼ା, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ବରଗଡ଼, ମାଲକାନଗିରି ଓ ଢେଙ୍କାନାଳ ଜିଲ୍ଲାରୁ କେହି ବି ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଭୁବନେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ପ୍ରଥମ ଥର ପାଇଁ ୫୦ ତଳକୁ ଖସିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୩ ହଜାର ୬୫୧ ଜଣ ସଂକ୍ରମିତ ସକ୍ରିୟ ଅଛନ୍ତି।

Also Read  Impact of Cyclone Fani’s landfall begins in Odisha