ରାଜ୍ୟରେ ୨୭୧ ପଜିଟିଭ, ୬୦ ଶିଶୁ ଓ କିଶୋର ସଂକ୍ରମିତ

0
388
Odisha Reports 2603 New Covid Cases And 22 Deaths
Odisha Reports 2603 New Covid Cases And 22 Deaths

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ୧୧୩ ଜଣ ସ୍ଥାନୀୟ ସଂକ୍ରମଣ ଅଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୩ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୧୧୨ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏବେ ୧୦ ଲକ୍ଷ ୪୪ ହଜାର ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୩୪୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୨ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Chief Minister Shri Naveen Patnaik and Railway Minister Shri Suresh Prabhakar Prabhu launching new rail projects at Bhubaneswar Station on 20-3-2017.