ଆଜିଠୁ ବାଙ୍କଚୂଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ

0
464
ଶ୍ରୀମନ୍ଦିର
ଶ୍ରୀମନ୍ଦିର
ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବାଙ୍କଚୂଡା ବେଶ। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। ଆଜି ପଞ୍ଚୁକର ଦ୍ୱିତୀୟ ଦିନରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଓ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।
ଦୁଇ ଦିନ ପରେ ଆଜିଠୁ ଶ୍ରୀମନ୍ଦିରରେ ହେବ ସାଧାରଣ ଦର୍ଶନ। ଗତକାଲି ପଞ୍ଚୁକର ପ୍ରଥମ ଦିନରେ ଭକ୍ତଙ୍କୁ ବାରଣ ହୋଇଥିବାବେଳେ  ତିନି ଦିନ ଯାଏ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ। ଆଜି ପଞ୍ଚୁକର ଦ୍ୱିତୀୟ ଦିନରେ ବାଙ୍କଚୂଡା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ଆସନ୍ତାକାଲି ତ୍ରୟୋଦଶୀରେ ମହାପ୍ରଭୁଙ୍କର ତ୍ରିବିକ୍ରମ ବେଶ, ଚତୁର୍ଦ୍ଧଶୀରେ ଲକ୍ଷ୍ମୀନୃସିଂହ ବେଶରେ ମହାପ୍ରଭୁଙ୍କୁ ଦର୍ଶନ ଦେବେ। ଭକ୍ତଙ୍କ ଭିଡ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

କୋଭିଡ୍ କଟକଣା ଭିତରେ ପୁରୀବାସୀ ପଶ୍ଚିମ ଦ୍ୱାର ଓ ପୁରୀ ତଥା ରାଜ୍ୟ ଓ ରାଜ୍ୟ ବାହାର ଭକ୍ତଙ୍କ ପାଇଁ ସିଂହଦ୍ଵାର ଦେଇ ଶ୍ରୀମନ୍ଦିର ପ୍ରବେଶ ବ୍ୟବସ୍ଥା ପୂର୍ବପରି କରାଯାଇଛି। ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ମରଚିକୋଟ ଛକଠାରୁ ଲମ୍ବା ବ୍ୟାରିକେଡର ବ୍ୟବସ୍ଥା ମଧ୍ୟ କରାଯାଇଛି। ସେପଟେ ପଞ୍ଚୁକର ଶେଷ ଦିନରେ ମହାପ୍ରଭୁଙ୍କର ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ ସୁନାବେଶ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ଏହି ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ପଞ୍ଚୁକ ପାଇଁ ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥାକ କଡ଼ାକଡି କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ୨୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

Also Read  Foreign Companies in Nuclear Projects