ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ : ୧୧୭୬ କୋଟି ପ୍ରକଳ୍ପ ଭିତ୍ତିପ୍ରସ୍ତର, ଶୁଭାରମ୍ଭ

0
369
ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ
ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ

ଅନୁଗୁଳ:  ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଜିଲ୍ଲାରେ ୧୧୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ୯୨୪ କାଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଜିଲ୍ଲାର ବିକାଶ ଧାରାକୁ ଏହା ଆଗକୁ ନେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି।

ଜିଲ୍ଲାର ଚାଷୀଙ୍କ ପାଇଁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ଅନୁଗୁଳ ଜିଲ୍ଲାର ୧୦ଲକ୍ଷ ଲୋକ ସୁବିଧା ପାଇବେ। ଚିକିତ୍ସା ପାଇଁ ଟଙ୍କା ଚିନ୍ତା ଦୂର ହେବ। ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ଏହି କାର୍ଡ ବ୍ୟବସ୍ଥା ଲାଗୁ ହୋଇଥିବା ବେଳେ ରାଜ୍ୟର ୯୬ ଲକ୍ଷ ପରିବାର ଏହି କାର୍ଡ ପାଇବେ। ଉପକୃତ ହେବେ ସାଢେ ୩କୋଟି ଲୋକ। ହେଲଥ କାର୍ଡ ପାଇଥିବା ହିତାଧିକାରୀଙ୍କୁ ଦେଶର ବଡ଼ବଡ଼ ୨ ଶହ ହସ୍ପିଟାଲରେ ମିଳିବ ଚିକିତ୍ସା ସୁବିଧା। ଏହା କାର୍ଡ ପାଇଥିବା ହିତାଧିକାରୀଙ୍କୁ  ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ଦେବାକୁ ପଡ଼ିବନି।

ସେମାନେ ବିନା କୌଣସି ଅସୁବିଧାରେ ଡାକ୍ତରଖାନାରେ ନିଜର ଚିକିତ୍ସା କରାଇପାରିବେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ। ଏପରି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବରେ ଉଭା ହୋଇଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ।

Also Read  Odisha takes step forward with youth engagement in MDA program