ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି

0
473
ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି
ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି

ମୁଖ୍ୟ ବିରୋଧୀ ଦଳକୁ ହକ୍ ଦିଆଯାଉ ନଥିବା ଅଭିଯୋଗ ଆଣିଲେ ବିଷ୍ଣୁ ସେଠୀ

ଭୁବନେଶ୍ବର: ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି। ସର୍ବଦଳୀୟ ବୈଠକ ଆରମ୍ଭରୁ ହିଁ ଉଠିଗଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ। ମୁଖ୍ୟ ବିରୋଧୀ ଦଳ ହିସାବରେ ବିଜେପିକୁ ତାର ହକ୍ ଦିଆଯାଉ ନଥିବା ଅଭିଯୋଗ ଆଣିଲେ ବିଷ୍ଣୁ ଚରଣ ସେଠୀ। ପୂର୍ବରୁ ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ଓ ଉପ ନେତା ଉପସ୍ଥିତ ରହୁଥିଲେ। କିନ୍ତୁ ବିରୋଧୀ ଦଳ ନେତାଙ୍କ ଅସୁସ୍ଥତା କାରଣରୁ ବିରୋଧୀ ଦଳ ଉପ ନେତା ଉପସ୍ଥିତ ରହି ପାରିବେ ବୋଲି କୁହାଯାଇଛି।

ଏହା ବାଦ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏବଂ ବିଧାୟକ ଜୟ ନାରାୟଣ ମିଶ୍ରଙ୍କୁ ବୈଠକରେ ସାମିଲ କରିବାକୁ ଦାବି କରିଥିଲା ବିଜେପି। ଗତ ସର୍ବଦଳୀୟ ବୈଠକରେ ପ୍ରତିଶ୍ରୁତି ଦିଆଯାଇଥିବା ଥିଲେ ବି ଏଥର ଏହାକୁ ବାଚସ୍ପତି ଆଗ୍ରହ୍ୟ କରି ଦେବାରୁ ବୈଠକକୁ ବର୍ଜନ କରିଛି ଦଳ ବୋଲି ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କହିଛନ୍ତି। ଏହାଛଡ଼ା ବିଷ୍ଣୁ ଚରଣ ସେଠୀ କହିଛନ୍ତି, ଗଣତନ୍ତ୍ର ଏବେ ହାସ୍ୟତନ୍ତ୍ରରେ ପରିଣତ ହୋଇଗଲାଣି ।

Also Read  ମହାରାଷ୍ଟ୍ର ରାଜନୀତିରେ ମହା ଟ୍ୱିଷ୍ଟ: ପ୍ରଥମଥର ପାଇଁ ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ