ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

0
413
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଦିଗପହଣ୍ଡି: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସେକ୍ସନ-୧ର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବଂଶୀଧର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ଚଢାଉ ଚାଲିଛି ।

ବ୍ରହ୍ମପୁର ଶକ୍ତିନଗର ଦ୍ୱିତୀୟ ଲେନ୍‌ରେ ଥିବା ୩ ମହଲା କୋଠା, ପୋଲସରାର ଚିରିକିପଡା ଶାସନରେ ଥିବା ପୈତୃକ ଘର, ଲୋଚାପଡା ସ୍ଥିତ ସମ୍ପର୍କୀୟଙ୍କ ଘର ଓ ଡିଗପହଣ୍ଡି ସ୍ଥିତ କାର୍ଯ୍ୟାଳୟରେ ଚଢ଼ାଉ ହୋଇଛି ।

ଦୁଇ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି। ତାଙ୍କର କେତେ ସଂପତ୍ତି ରହିଛି, ତାହା ସନ୍ଧ୍ୟା ସୁଦ୍ଧା ଜଣାପଡ଼ିଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ବଂଶୀଧର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ପାଇବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ରହ୍ମପୁରର ସ୍ପେଶାଲ ଭିଜିଲାନ୍ସ କୋର୍ଟରେ ସର୍ଚ୍ଚ ୱାରେଣ୍ଟ ପାଇଁ ଆବେଦନ କରାଯାଇଥିଲା। କୋର୍ଟଙ୍କ ଅନୁମତି ପାଇବା ପରେ ଆଜି ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି।

Also Read  Odisha reports 1977 new COVID Positive cases; Total count increases to 54,630