ଓଡ଼ିଶାରେ ବଢ଼ିଲା କରୋନା ଟେନସନ୍ : ଦ୍ୱିତୀୟ ଦିନରେ ୪୨୪ ଆକ୍ରାନ୍ତ ଚିହ୍ନଟ

0
580
Odisha Reports 2603 New Covid Cases And 22 Deaths
Odisha Reports 2603 New Covid Cases And 22 Deaths

ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ ଚିନ୍ତା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଦେଶ ଫେରନ୍ତାଙ୍କ ସହିତ ସ୍ଥାନୀୟ ସଂକ୍ରମିତ ମଧ୍ୟ ରହିଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୬, କଟକରୁ ୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି।

ଲଗାତାର ୮ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟାକୁ ନଜର ପକାଇଲେ ଗତକାଲି ଭଳି ଆଜି ବି ୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜାନୁଆରି ୨ ତାରିଖରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧, ଡିସେମ୍ବର ୨୮ରେ ୧୫୬ ଓ ଡିସେମ୍ବର ୨୭ରେ ୧୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୪୨୪ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୫ ହଜାର ୧୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୩୫୫ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Also Read  Criminal gang arrested from Kendrapada and Jagatsinghpur districts in Odisha