୧ରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ସାଧାରଣ ଭକ୍ତ

0
541
ଶ୍ରୀମନ୍ଦିର
ଶ୍ରୀମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ଫେବ୍ରୁଆରୀ ୧ ତାରିଖରୁ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଖୋଲିବ ଶ୍ରୀମନ୍ଦିର। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକ ପରେ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା।

ଆଜି ବସିଥିଲା ଛତିଶା ନିଯୋଗ ବୈଠକ। ଏଥିରେ ଶ୍ରୀମନ୍ଦିରର ସବୁ ସେବାୟତ ଓ ଜିଲ୍ଲାପ୍ରଶାସନର ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ଶ୍ରୀମନ୍ଦିର ଖୋଲିବା ଉପରେ ଆଲୋଚନା ହୋଇଥିଲା। ସମସ୍ତେ ମନ୍ଦିର ଖୋଲିବା ଉପରେ ଗୁରୁତ୍ୱ ଦେଇଥିଲେ। ବୈଠକ ପରେ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି, ଫେବ୍ରୁଆରୀ ୧ ତାରିଖରୁ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ପୂର୍ବପରି ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। ସେହି ଦିନ ମନ୍ଦିର ସାନିଟାଇଜ୍‌ କରାଯିବ। ମନ୍ଦିର ଖୋଲିବା ଓ ବନ୍ଦ ନେଇ ଏସ୍‌ଓପି ଆସିବ। ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ ଶ୍ରୀମନ୍ଦିରକୁ ବନ୍ଦ କରିଦିଆଯାଇଥିଲା। ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିନଥିଲେ। ଏବେ କୋଭିଡ୍‌ ଆକ୍ରାନ୍ତ କମିବା ପରେ ପୁରୀ ଜିଲ୍ଲା ପ୍ରଶାସନ ଶ୍ରୀମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେପଟେ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ପ୍ରସ୍ତୁତ ହୋଇଥିବା ଗାଇଡ୍‌ଲାଇନ୍‌ ଦୁଇ ଦିନ ଭିତରେ ଜଣାଇଦିଆଯିବ।

Also Read  Light rainfall in few places of Odisha continues; MeT office