୯ରୁ ପୁଣି ବର୍ଷା : ରାତିର ପାରଦ ବଢ଼ିବ, ଘନକୁହୁଡ଼ି ହେବ

0
285
IMD Predicts More Rain In Odisha From Tomorrow
IMD Predicts More Rain In Odisha From Tomorrow

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପରେ ରାତିର ତାପମାତ୍ରା ୩-୫ ଡିଗ୍ରୀ ବୃଦ୍ଧି ପାଇବ । ଆଗାମୀ ୯ ଓ ୧୦ ତାରିଖରେ ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ କେତେକ ଜିଲ୍ଲାରେ ଘନ କୁହୁଡି ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତିି ।

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ୭ ଓ ୮ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ୮ ତାରିଖରେ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ସ୍ଥାନେ ସ୍ଥାନେ ଘନକୁହୁଡ଼ି ହୋଇପାରେ ।

୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ସ୍ଥାନେ ସ୍ଥାନେ ବର୍ଷା ହୋଇପାରେ । ସେହିପରି ୧୦ ତାରିଖରେ ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହୋଇପାରେ । ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

Also Read  Intense heat wave prevails in Odisha

LEAVE A REPLY

Please enter your comment!
Please enter your name here