ରାଜ୍ୟରେ ନିମ୍ନଗାମୀ ସଂକ୍ରମଣ : ଦିନକରେ ୧୫୦୩ ଆକ୍ରାନ୍ତ

0
365
ରାଜ୍ୟରେ ଖସିଲା ସଂକ୍ରମଣ
ରାଜ୍ୟରେ ଖସିଲା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିମ୍ନଗାମୀ ହେଉଛି । ତୃତୀୟ ଲହରରେ ଯେପରି ଦ୍ରୁତ ବେଗରେ ବଢ଼ୁଥଲା ସଂକ୍ରମଣ ସେପରି ମଧ୍ୟ କମିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ୧୫୦୦ ଭିତରେ ରହୁଛି । ଆଗକୁ ସଂକ୍ରମଣ ଆହୁରି ହ୍ରାସ ପାଇବ । ତେବେ ରାଜ୍ୟରେ କରୋନାରେ ଆଉ ୨୧ଜଣଙ୍କ ମୃତ୍ୟୁ ଘଟିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧,୫୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୨୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୨୦ ଜଣ, ବଲାଙ୍ଗୀରରୁ ୩୩ ଜଣ, ବୌଦ୍ଧ ଜିଲ୍ଲାରୁ ୧୦, କଟକରୁ ୮୩ ଜଣ, ଦେବଗଡ଼ରୁ ୨୫ ଜଣ, ଢେଙ୍କାନାଳରୁ ୪୨ ଜଣ, ଗଜପତିରୁ ୩୭, ଗଞ୍ଜାମରୁ ୨୬ଜଣ, ଜଗତସିଂହପୁରରୁ ୪୨ ଜଣ, ଯାଜପୁରରୁ ୫୫ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୪୦ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୩୬ ଜଣ, ଖୋର୍ଦ୍ଧାରୁ ୩୩୩ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୮ ଜଣ, ମୟୁରଭଞ୍ଜରୁ ୧୦୮ ଜଣ, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩ ଜଣ, ନୂଆପଡ଼ାରୁ ୨୫ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୩୧ ଜଣ, ସମ୍ୱଲପୁରରୁ ୨୬ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨, ୬୯, ୮୧୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୨, ୪୧, ୫୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯, ୩୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Global Crude oil price of Indian Basket was US$ 50.39 per bbl on 20.03.2017