ଦୁର୍ନୀତିଖୋର ୫ ଅଧିକାରୀଙ୍କୁ ଚାକିରୀରୁ ବିଦା କଲେ ମୁଖ୍ୟମନ୍ତ୍ରୀ

0
990

ଭୁବନେଶ୍ୱର : ଦୁର୍ନୀତିଖୋର ୫ ଅଧିକାରୀଙ୍କୁ ଚାକିରୀରୁ ବିଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ଜଣେ ଇଞ୍ଜିନିୟର, ସିଡିପିଓ, ଅଙ୍ଗନୱାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କର ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ତାଙ୍କ ଘରୁ ୪୧.୭୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଭୁବନେଶ୍ବର ବଡ଼ଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ମଧ୍ୟ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଜଗତସିଂହପୁର ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ବା ସିଡିପିଓ ସରଳା ଦେଇ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି ।  ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କୁ ଅପାରଗତା ଓ ବିଶୃଙ୍ଖଳିତ ଆଚରଣ ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଜମିଜମା ମାପ ସମୟରେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ । ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା ଫିଡବ୍ୟାକକୁ ବିଚାରକୁ ନେଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Also Read  କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା , ଶର୍ମିଷ୍ଠାଙ୍କ କାର୍ ଜବତ, ଅପହରଣରେ ବ୍ୟବହାର ହୋଇଥିବା ସନ୍ଦେହ

LEAVE A REPLY

Please enter your comment!
Please enter your name here