ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ

0
378

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଛି । ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ଗତ ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିଛି ବଡ଼ ଦେଉଳ।  କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି। ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହୁଛି ଶ୍ରୀମନ୍ଦିର। ହେଲେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ରୀ ନିତୀ ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ  ।

Also Read  'Prabesh Dibas’ and ‘Purnna Upasthana Dibas’ celebrated in schools in Odisha