ଆଜିଠୁ କିଛି ଜିଲ୍ଲାରେ ବର୍ଷା : ୧୧ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

0
390
ରାଜ୍ୟରେ ହେବ ବର୍ଷା
ରାଜ୍ୟରେ ହେବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇପାରେ । ଆଜିଠୁ ପଶ୍ଚିମା ଝଡ଼ ପ୍ରଭାବରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ୧୧ ତାରିଖରେ ବର୍ଷାର ପରିମାଣ ବଢିବ । ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଏଭଳି ପାଗ ସୃଷ୍ଟି ହୋଇଛି । ବର୍ଷା ସହିତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ପଡ଼ିବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Also Read  ରାଜ୍ୟରେ ଏକାଦଶ ଏବଂ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ମାର୍ଗଦର୍ଶିକା

LEAVE A REPLY

Please enter your comment!
Please enter your name here