ଦେଶରେ ହ୍ରାସ ପାଉଛି ସଂକ୍ରମଣ : ୭୧,୩୬୫ ଆକ୍ରାନ୍ତ

0
111
ଓଡ଼ିଶାରେ ୩୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାରେ ୩୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୨୪ ଘଣ୍ଟାରେ ଦେଶରେ ୭୧ ହଜାର ୩୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୧ ହଜାର ୨୧୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ୍ । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ରେଟ୍ ୪.୫୪ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୭୨ ହଜାର ୨୧୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

ଦେଶରେ ମଙ୍ଗଳବାର ୬୭ ହଜାର ୫୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ଆଜି ଏହି ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଦେଶରେ ୭୧ ହଜାର ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ କଥା ଯଦି କହିବା ତାହାଲେ ବର୍ତ୍ତମାନ ଭାରତରେ ଆକ୍ଟିଭ୍ କେସ୍ ସଂଖ୍ୟା ୮ ଲକ୍ଷ ୯୨ ହଜାର ୮୨୮ ରହିଛି ।

Also Read  ନୂଆ ବର୍ଷରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୋଦି

LEAVE A REPLY

Please enter your comment!
Please enter your name here