ରାଜ୍ୟରେ ତଳମୁହାଁ ସଂକ୍ରମଣ : ଆଜି ୯୨୫ ସଂକ୍ରମିତ ଚିହ୍ନଟ

0
590
wearing of masks mandatory-in-New Delhi

ଭୁବନେଶ୍ୱର : ରାଜ୍ୟରେ ଦୈନିକ ସଂକ୍ରମଣ ୧୦୦୦ ତଳେ ରହୁଛି । ଆଜି ୯୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୦୩ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ପିଲା । ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରେ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରୁ ୮୮ ଜଣ, ଜଗତସିଂହପୁରରୁ ୫୦ ଜଣ, ଯାଜପୁରରୁ ୪୭ ଜଣ, କୋରାପୁଟରୁ ୪୬ ଜଣ, ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୨୩, କଟକରୁ ୫୨ ଜଣ, ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୩୮, ଗଞ୍ଜାମରୁ ୨୬ ଜଣ,  ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୪ ଜଣ, କେଉଁଝରରୁ ୨୦ ଜଣ,  ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୨୯ ଜଣ, ସୋନପୁରରୁ ୧୮ ଓ ଷ୍ଟେଟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨, ୭୯, ୦୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୫୯, ୭୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୨୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Environment Minister Anil Madhav Dave No More