ପୁଣି ୫ ଅଧିକାରୀଙ୍କୁ ବିଦା କଲେ ମୁଖ୍ୟମନ୍ତ୍ରୀ : ବାଧ୍ୟତାମୂଳକ ଅବସର ଦିଆଗଲା

0
727

ଭୁବନେଶ୍ୱର : ଦୁର୍ନୀତି ଓ ଅପାରଗତା ପାଇଁ ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଚଳିତ ମାସ ଆରମ୍ଭରେ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ରାଜ୍ୟ ସରକାର ପୁଣି ଥରେ ନେଇଛନ୍ତି କଡ଼ା କାର୍ଯ୍ୟାନୁଷ୍ଠାନ ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୫ ଜଣଙ୍କ ମଧ୍ୟରେ ପୋଲିସ ଡି.ଏସ୍.ପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

କଳାହାଣ୍ଡି IUCAW ଡିଏସ୍‌ପି ରବୀନ୍ଦ୍ର ସେଠୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ବଣାଇର ପୂର୍ବତନ ତହସିଲଦାର ସୁଶିଲ କୁମାର କୁଜୁରଙ୍କୁ ମଧ୍ୟ ସମ ଦଶା ଭୋଗିବାକୁ ପଡ଼ିଛି। ସେହିପରି ବଲାଙ୍ଗିର ବଙ୍ଗମୁଣ୍ଡ ଥାନା ଇନ୍ସପେର ବିନୋଦ ନାୟକ, ବାସୁଦେବପୁର ପୌର ନିର୍ବାହୀ ଅଧିକାରୀ ତାପସ ଜେନା ଓ କରଞ୍ଜିଆ NAC ପୂର୍ବତନ ନିର୍ବାହୀ ଅଧିକାରୀ ବିଜୟ ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

 

Also Read  Woman raped and thrown in well at Sonepur: Locals rescue her in unconscious state